ସରକାରୀ କର୍ମଚାରୀଙ୍କୁ ମିଳିବ ସପ୍ତମ ବେତନ କମିଶନ,ମିଳିବ ୨୦ % ବକେୟା,ଜାଣନ୍ତୁ କେତେ ଟଙ୍କା ମିଳିବ ?

ସୋମବାର ସପ୍ତମ ବେତନ କମିଶନର ଶେଷ ୨୦ ପ୍ରତିଶତ ବକେୟା ଦେୟ ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦଶ ଦେଇଛନ୍ତି । ଏହାଦ୍ବାରା ୪ ଲକ୍ଷ କର୍ମଚାରୀ ଉପକୃତ ହେବେବ୍। ପୂର୍ବରୁ ୮୦ ପ୍ରତିଶତ ବକେୟା ପ୍ରଦାନ କରାଯାଇଛି । ଏଥିପାଇଁ ରାଜ୍ୟ ସରକାର ୮୫୦ କୋଟି ଟଙ୍କା ବ୍ୟୟ ବରାଦ କରିଛନ୍ତି । ସପ୍ତମ ବେତନ କମିଶନ ବାବଦ ଆଉ ୨୦ ପ୍ରତିଶତ ବକେୟା ଅର୍ଥ ପ୍ରଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ସୋମବାର ଏ ସଂକ୍ରାନ୍ତରେ ସରକାରୀ ଘୋଷଣାନାମା ପ୍ରକାଶ ପାଇଛି । ଏହାଦ୍ବାରା କର୍ମଚାରୀମାନେ ସପ୍ତମ ବେତନ କମିଶନ ଦରମା ବାବଦ ସଂପୂର୍ଣ୍ଣ ବକେୟା ରାଶି ପାଇପାରିବେ। ପୂର୍ବରୁ ଏହି ବକେୟାର ୮୦ ପ୍ରତିଶତ ପ୍ରଦାନ କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଦ୍ବାରା ରାଜ୍ୟ ସରକାରଙ୍କ ୪ ଲକ୍ଷ କର୍ମଚାରୀ ଉପକୃତ ହେବେ । ଏଥିପାଇଁ ୨୦୨୧-୨୨ ଅତିରିକ୍ତ ବଜେଟରେ ୮୫୦ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି । କର୍ମଚାରୀମାନେ ଏହି ବକେୟା ଅର୍ଥ ଚଳିତ ମାର୍ଚ୍ଚ ମାସ ଦରମାରେ ପାଇପାରିବେ।

ସୂଚନାଯୋଗ୍ୟ ଯେ ରାଜ୍ୟ ସରକାର ସପ୍ତମ ବେତନ କମିଶନର ସୁପାରିଶକୁ ଗ୍ରହଣ କରି ଏହାକୁ ୨୦୧୬ ଜାନୁଆରୀ ମାସ ଠାରୁ ଲାଗୁ କରିଥିଲେ । ଆଉ ୨୦୧୭ ସେପ୍ଟେମ୍ବର ମାସ ଠାରୁ ବର୍ଦ୍ଧିତ ଦରମା ପ୍ରଦାନ କରିଥିଲେ । କର୍ମଚାରୀମାନେ ସପ୍ତମ ବେତନ କମିଶନ ସୁପାରିଶ ଅନୁଯାୟୀ, ଜାନୁଆରୀ ୨୦୧୬ରୁ ଅଗଷ୍ଟ ୨୦୧୭ ମଧ୍ୟରେ ୨୦ ମାସର ବର୍ଦ୍ଧିତ ବକେୟା ଦରମା ବିଭିନ୍ନ କିସ୍ତିରେ ଦେବାକୁ ନିଷ୍ପତ୍ତି ହୋଇଥିଲା

ଏହି ନିଷ୍ପତ୍ତି ଅନୁଯାୟୀ ୨୦୧୭-୧୮ ରେ ୪୦ ପ୍ରତିଶତ, ୨୦୧୯-୨୦ ରେ ୧୦ ପ୍ରତିଶତ ଓ ୨୦୨୧-୨୨ ରେ ୩୦ ପ୍ରତିଶତ ବକେୟା ପ୍ରଦାନ କରା ଯାଇଥିଲା । ତେବେ ପେନସନଭୋଗୀ ମାନେ ସେମାନଙ୍କ ଦରମାର ଶତକଡା ୧୦୦ ପ୍ରତିଶତ ପାଇସାରିଛନ୍ତି । ତେବେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ କ୍ରମେ ଏହା ହେଉଛି ସରକାରୀ କର୍ମଚାରୀ ମାନଙ୍କ ପାଇଁ ସବୁଠାରୁ ବଡ଼ ଖୁସି ଖବର । ଚଳିତ ବର୍ଷ ମାର୍ଚ୍ଚ ମାସ ଠାରୁ ପାଇବେ ମୋଟା ଅଙ୍କର ଦରମା ।

Leave a Reply

Your email address will not be published. Required fields are marked *