ଓଡିଶାବାସୀଙ୍କ ପାଇଁ ଏହି ସବୁ ବଡ଼ ଘୋଷଣା କଲେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ।

ଓଡ଼ିଶା ଗସ୍ତରେ ଆସିଛନ୍ତି ରାହୁଲ ଗାନ୍ଧୀ । ସେ ସାଲେପୁରରେ ପହଁଚି ହଜାର ହଜାର ଲୋକଙ୍କୁ ସମ୍ବୋନ୍ଧିତ କରିଛନ୍ତି । ଏଥି ସହ ସେ ଜନସାଧାରଣଙ୍କୁ କିଛି ପ୍ରତିଜ୍ଞା କରିଛନ୍ତି । ଏହା ବ୍ୟତୀତ ସେ ବିରୋଧୀଙ୍କ ଉପରେ ବର୍ଷିଛନ୍ତି । ସେ ମଞ୍ଚରେ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି । ଖଣି, ଜମି, କୃଷକ, ବେରୋଜଗାର ପ୍ରସଙ୍ଗ ଉଠାଇଛନ୍ତି । ସେ ଆହୁରି କହିଛନ୍ତି, ପେହଲି ନୌକରୀ ପକ୍କି’ ଯୋଜନା ଆଣିବ କଂଗ୍ରେସ । ସମସ୍ତ ବେକାର ଯୁବକଯୁବତୀଙ୍କୁ ଚାକିରି ଗ୍ୟାରେଣ୍ଟି ଦେଉଛୁ ।

ସରକାରଙ୍କୁ କେହି ଚାକିରି ମାଗିଲେ ନିଶ୍ଚିତ ଚାକିରି ମିଳିବ । ଚାକିରି ମାଗିବା କ୍ଷଣି ବର୍ଷକ ପାଇଁ ଆପ୍ରେଣ୍ଟିସିପ୍ ଦିଆଯିବ । ଦେଶର ସବୁ ଗରିବ ପରିବାରର ଜଣେ ଜଣେ ମହିଳାଙ୍କୁ ବଛାଯିବ । ଉକ୍ତ ମହିଳାଙ୍କ ବ୍ୟାଙ୍କ ଖାତାକୁ ୧ ଲକ୍ଷ ଟଙ୍କା ପ୍ରଦାନ କରାଯିବ । ପ୍ରତି ମାସରେ ୮ ହଜାର ୫ ଶହ ଟଙ୍କା ମହିଳାଙ୍କ ଖାତାକୁ ଯିବ । ତେବେ ଆସନ୍ତୁ ଦେଖିବା ସେ ଆଉ କେଉଁ କେଉଁ ପ୍ରତିଶ୍ରୁତି ଦେଇଛନ୍ତି ।

ତେବେ ରାହୁଲ ଗାନ୍ଧୀ ଓଡ଼ିଶାରେ ପହଞ୍ଚିବା ପରେ ପ୍ରଥମେ ମଧୁବାବୁଙ୍କ ଜନ୍ମସ୍ଥାନ ସତ୍ୟଭାମାପୁରରେ ପହଞ୍ଚିଥିଲେ । ମଧୁବାବୁଙ୍କ ଜନ୍ମଜୟନ୍ତୀ ଅବସରରେ ତାଙ୍କ ପ୍ରତିମୂର୍ତ୍ତିରେ ସେ ମାଲ୍ୟାର୍ପଣ କରିଥିଲେ । ସେଠାରେ କିଛି ସମୟ ସେ ଭ୍ରମଣ କରିବା ପରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥଲେ । ଏହାପରେ କସ୍ତୁରବା ଆଶ୍ରମ ଯାଇଥିଲେ ଏବଂ ଛାତ୍ରଛାତ୍ରୀଙ୍କୁ ଭେଟିବା ସହ ବିଭିନ୍ନ ପ୍ରସଙ୍ଗରେ ସେ ଆଲୋଚନା କରିଥିଲେ । ଏହାପରେ ରାହୁଲ ଗାନ୍ଧୀ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ସାଲେପୁରର କୁଳିଆରେ ପହଞ୍ଚିଥିଲେ

ସେଠାରେ ନ୍ୟାୟ ସମାବେଶରେ ଯୋଗ ଦେଇ ଜନସଭାକୁ ସମ୍ବୋଧିତ କରିବା ସହ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି । ସେ କହିଛନ୍ତି ଦେଶବାସୀଙ୍କ ଆଶା ପୂରଣ କରିବ କଂଗ୍ରେସ । ଅନ୍ଯାୟ, ଭ୍ରଷ୍ଟାଚାର ବିରୋଧରେ ଦଳ ସର୍ବଦା ପ୍ରମୁଖ ଭୂମିକା ନେଇଛି । ଦେଶରେ ବେରୋଜଗାରୀ ବଢିଛି । ଲୋକେ ଉପଯୁକ୍ତ ନ୍ୟାୟ ପାଉନାହାନ୍ତି ବୋଲି କହିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ ।

Leave a Reply

Your email address will not be published. Required fields are marked *